'ପଲିରେ ପ୍ରଶାସନ' ର ଏକ ଝଲକ...

Dec 16, 2025 - 09:33
 8
'ପଲିରେ ପ୍ରଶାସନ' ର ଏକ ଝଲକ...

ବାଲିଅନ୍ତା ବ୍ଲକ ଅନ୍ତର୍ଗତ ଭିଙ୍ଗାରପୁର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜିର ଗ୍ରାମ ପଞ୍ଚାୟତ ସ୍ତରୀୟ ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି । 

ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରୁଦ୍ର ନାରାୟଣ ମହାନ୍ତିଙ୍କ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଆୟୋଜିତ ଏହି ମିଳିତ ଜଣାଶୁଣାଣିରେ ଜୟଦେବ ବିଧାୟକ ଶ୍ରୀ ନବ କିଶୋର ମଲ୍ଲିକ, ସ୍ଥାନୀୟ ଜନ ପ୍ରତିନିଧି ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । 

ଜନ ଶୁଣାଣିକୁ ଆସିଥିବା ଜନସାଧାରଣ ମାନଙ୍କ ନିମନ୍ତେ ଆନୁସଙ୍ଗିକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । 

ମୋଟ ୧୨୧ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲା । ସେଥିମଧ୍ୟରୁ ୯୭ଟି ଅଭିଯୋଗ ବ୍ୟକ୍ତିଗତ ଥିବାବେଳେ ୨୪ଟି ଗୋଷ୍ଠୀଗତ ଅଭିଯୋଗ ଥିଲା । ସେଥିମଧ୍ୟରୁ ୫ଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଥିଲା ।  

ସମସ୍ତ ଅଭିଯୋଗ ଗୁଡିକୁ ବିଚାରକୁ ନେଇ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଲ ଶ୍ରୀ ମହାନ୍ତି ନିର୍ଦ୍ଦେଶ ଦେଇଛନ୍ତି । ଜନସାଧାରଣ ମାନଙ୍କୁ ସେବା ଯୋଗାଇ ଦେବା ଉପରେ ଅଧିକାରୀ ମାନେ ଗୁରୁତ୍ୱାରୋପ କରିଥିଲେ ।

ମିଳିତ ଜନଶୁଣାଣି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ 

ଭୁବନେଶ୍ବର ଉପ ଜିଲ୍ଲାପାଳ ଡଃ ମନୋରଞ୍ଜନ ସାହୁ, 

ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ସାହୁ, ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀମତୀ କସ୍ତୁରୀ ବାଳା ଜେନା, ବିଡିଓ ରଶ୍ମିତା ନାଥ, 

ତହସିଲଦାର ଲୀଲନ ପ୍ରସାଦ ସାହୁ, ଜିଲ୍ଲା ସାଧାରଣ ଅଭିଯୋଗ ଆସିଷ୍ଟାଣ୍ଟ କଲେକ୍ଟର ଭୁବନେଶ୍ୱରୀ କହଁର ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।