ପାଣିପାଗ ବିଭାଗ ଦ୍ୱାରା ଆକଳନ କରାଯାଇଛି ବୋଲି ବିଶେଷଜ୍ଞ ଙ୍କ ମତ

Sep 13, 2025 - 10:58
 21
ପାଣିପାଗ ବିଭାଗ ଦ୍ୱାରା ଆକଳନ କରାଯାଇଛି  ବୋଲି ବିଶେଷଜ୍ଞ ଙ୍କ ମତ

ଭୁବନେଶ୍ବର: ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ସାରା ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ।

 ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲା ପାଇଁ ସତର୍କତା ଜାରି କରାଯାଇଛି। ଏହି ୪ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ ପବନ ବହିବା ସମ୍ଭାବନା ରହିଛି।