ପୁଣି ଲଘୁଚାପ, ପୁଣି ବର୍ଷା...

Aug 30, 2026 - 13:20
 15
ପୁଣି ଲଘୁଚାପ,  ପୁଣି ବର୍ଷା...

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। 

ଏହା ପ୍ରଭାବରେ ଆଜି ଓଡ଼ିଶାର ବାଲେଶ୍ଵର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। 

ଏହି ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି। 

କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। 

ଭଦ୍ରକ, ଯାଜପୁର, କଟକ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। 

କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ରବିବାର ପ୍ରବଳ ବର୍ଷା ଆଶଙ୍କା ଅଛି। 

୩୧ ତାରିଖରେ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। 

ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ଅଛି ।

୧ ତାରିଖରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

୨ ଓ ୩ ତାରିଖରେ ମଧ୍ୟ ପଶ୍ଚିମ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି।