ପୁରୀରେ କାର୍ତ୍ତିକ ବ୍ରତ ବର୍ଷର ଶ୍ରେଷ୍ଠ ପର୍ବର ମାର୍ଗ...
ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ ହେଉଛି | ଶ୍ରୀକ୍ଷେତ୍ରରେ ସ୍ବତନ୍ତ୍ର ନୀତିକାନ୍ତି ରେ ଅନୁଷ୍ଠିତ ହେବ କାର୍ତ୍ତିକ ବ୍ରତ | ସକାଳୁ ସକାଳୁ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ସଂକଳ୍ପ କରି ବ୍ରତ ଆରମ୍ଭ କରିଛନ୍ତି ହବିଷ୍ୟାଳୀ ।
ଆଜି ଠାରୁ ଏକ ମାସ ପର୍ଯ୍ୟନ୍ତ ବ୍ରତ ପାଳନ କରିବେ ହବିଷ୍ୟାଳି ଲ
ପୁରୀ ର ୫ ଟି ହବିଷ୍ୟାଳୀ କେନ୍ଦ୍ର ରେ ୨୫ଶହ ହବିଷ୍ୟାଳୀଙ୍କ ପାଇଁ ରହିବାର ବ୍ୟବସ୍ଥା ହୋଇଛି ।
ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ହବିଷ୍ୟାଳିଙ୍କ ନିମନ୍ତେ ଜଗନ୍ନାଥ ଦର୍ଶନ, ମହାପ୍ରସାଦ ସେବନ ଆଦିର ବ୍ୟବସ୍ଥା କରାଯାଇଛି l
ତତସହିତ ହବିଷ୍ୟାଳୀ ଶିବିରରେ ସ୍ବାସ୍ଥ୍ୟ ପରୀକ୍ଷା, ପାନୀୟ ଜଳ ଓ ସ୍ବେଚ୍ଛାସେବୀଙ୍କ ସହଯୋଗ ବ୍ୟବସ୍ଥା ମଧ୍ୟ କରାଯାଇଛି । ହବିଷ୍ୟାଳୀମାନଙ୍କ ପାଇଁ ସନ୍ଧ୍ୟାରେ ପାଲା, ଦାସ କାଠିଆ ଆଦି ପରିବେଷଣ ନେଇ ବ୍ୟବସ୍ଥା ମଧ୍ୟ କରାଯାଇଛି ।
ତୀର୍ଥ ପୁଷ୍କରିଣୀରେ ହବିଷ୍ୟାଳୀମାନେ ସ୍ନାନ କରିବାକୁ ଦୃଷ୍ଟିରେ ରଖାଯାଇ ସେଠାରେ ଅଗ୍ନିଶମ ବିଭାଗ ପକ୍ଷରୁ ମଧ୍ୟ ସମସ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।
ପବିତ୍ର କାର୍ତ୍ତିକ ମାସରେ ହବିଷ୍ୟାଳୀଙ୍କ ସହିତ ହଜାର ହଜାର ଭକ୍ତ ପ୍ରତିଦିନ ମହାପ୍ରଭୁଙ୍କ ଦର୍ଶନ କରିବେ ।
ମହାପ୍ରଭୁଙ୍କ ଦର୍ଶନ କରିବା ପାଇଁ ଶ୍ରୀମନ୍ଦିର ଭିତରେ ହବିଷ୍ୟାଳୀଙ୍କ ପାଇଁ ସ୍ବତନ୍ତ୍ର ଲାଇନ୍ ବ୍ୟବସ୍ଥା କରାଯାଇଛି ।
ଅନ୍ୟ ଭକ୍ତ ମାନେ ମଧ୍ୟ ମହାପ୍ରଭୁଙ୍କୁ କିଭଳି ସୁରୁଖୁରୁରେ ଦର୍ଶନ କରିପାରିବେ ସେନେଇ ନାଟମଣ୍ଡପ ଭିତରେ ପୋଲିସ, ଜେଟିପିଙ୍କୁ ମୁତୟନ କରାଯିବାର ବ୍ୟବସ୍ଥା ହୋଇଥିବା ବେଳେ ଭିଡ଼ ନିୟନ୍ତ୍ରଣ ପାଇଁ ଶ୍ରୀମନ୍ଦିର ଭିତରେ ଏବଂ ବାହାରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି ।
ପୁରୀ ସହରରେ ଟ୍ରାଫିକ ବ୍ୟବସ୍ଥାକୁ ସୁପରିଚାଳନା କରିବା ପାଇଁ ଅଭିଜ୍ଞ ପୋଲିସ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି।
କାର୍ତ୍ତିକ ମାସରେ ଶୃଙ୍ଖଳିତ ଦର୍ଶନ ଏବଂ ସୁରକ୍ଷା ବ୍ୟବସ୍ଥା ପାଇଁ ୨୨ ପ୍ଲାଟୁନ ପୋଲିସ ଫୋର୍ସ, ୪ ଅତିରିକ୍ତ ଏସପି, ୧୫ ଡିଏସପି, ୧୫ ଇନ୍ସପେକ୍ଟର, ୬୫ ଜଣ ସବ ଇନ୍ସପେକ୍ଟର, ୧୦୦ କନଷ୍ଟେବଳଙ୍କୁ ମୁତୟନ କରାଯାଇଛି।
ସେହିପରି ସିସିଟିଭିରେ ସମଗ୍ର ଅଞ୍ଚଳକୁ ନଜର ରଖାଯାଇଥିବା ବେଳେ ଏନେଇ ଏକ କଣ୍ଟ୍ରୋଲ ରୁମ୍ ମଧ୍ୟ କରାଯାଇଛି ।
ଲୋକଙ୍କୁ ବିଭିନ୍ନ ସୂଚନା ପ୍ରଦାନ ପାଇଁ ଅଧିକ ସୂଚନା କେନ୍ଦ୍ର ସ୍ଥାପନ ମଧ୍ୟ କରାଯାଇଛି ।
ତେବେ ମହାପ୍ରଭୁଙ୍କ ଦର୍ଶନ କରିବାକୁ ଆସୁଥିବା ଭକ୍ତମାନଙ୍କୁ ଭଲ ବ୍ୟବହାର ପ୍ରଦର୍ଶନ କରିବା ପାଇଁ ପୋଲିସ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସପି ।