ପୋଖରୀରେ ବୁଡି ଯୁବକ ମୃତ

କୋରାପୁଟ : କୋରାପୁଟ ଜିଲ୍ଲା ବୋରିଗୁମ୍ମା ଝିଲିମିଲି ଗ୍ରାମ ନିକଟରେ ଘଟିଛି ଅଭାବନୀୟ ଘଟଣା । ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ । ସୂଚନା ଅନୁଯାୟୀ, ଆଜି ସକାଳ ସମୟରେ ଜଣେ ଯୁବକ ପୋଖରୀକୁ ଗାଧେଇବାକୁ ଯାଇଥିଲେ ଗାଧେଇବା ସମୟରେ ହଠାତ ତାଙ୍କର ଗୋଡ଼ ଖସି ଯିବାରୁ ସେ ଗଭୀର ପାଣିରେ ବୁଡ଼ିଯାଇଥିଲେ। ଏହାପରେ ନିକଟରେ ଥିବା ଲୋକ ଦେଖି ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ବୋରିଗୁମ୍ମା ଦମକଳ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଗଭୀର ପାଣି ମଧ୍ୟରେ ଅକ୍ଲାନ୍ତ ପରିଶ୍ରମ କରି ପାଣିରୁ ଯୁବକଙ୍କୁ ଉଦ୍ଧାର କରିଥିଲା। ଏହାପରେ ତୁରନ୍ତ ଯୁବକଙ୍କୁ ବୋରିଗୁମ୍ମା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ପୋଲିସ ଘଟଣା ସ୍ଥଳରେ ପହଂଚି ଘଟଣାର ଅଧିକ ତଦନ୍ତ କରୁଛି।

Feb 29, 2024 - 18:15
 6
ପୋଖରୀରେ ବୁଡି ଯୁବକ ମୃତ