ପୋଲିସ S I ପରୀକ୍ଷା କେଳେଙ୍କାରୀରେ ସମସ୍ତଙ୍କ ଜାମିନ ଆବେଦନ ଖାରଜ...
ପୋଲିସ ଏସ୍ଆଇ ପରୀକ୍ଷା ଘୋଟାଲାରେ ମାମଲାରେ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି ଓ ମୁନା ମହାନ୍ତିଙ୍କ ସମେତ ମୋଟ ୧୭ ଜଣଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ଓଡ଼ିଶା ହାଇକୋର୍ଟ ।
ସେହିପରି ଅସ୍ତ୍ରୋପଚାର ପାଇଁ ମୁଖ୍ୟ ଅଭିଯୁକ୍ତ ମୁନା ମହାନ୍ତିଙ୍କ ପକ୍ଷରୁ ଅନ୍ତରୀଣ ଜାମିନ ଅବଧି ବୃଦ୍ଧି ପାଇଁ କରାଯାଇଥିବା ଆବେଦନକୁ ମଧ୍ୟ ଖାରଜ କରାଯାଇଛି ।
ଆସନ୍ତା ୩ ସପ୍ତାହ ମଧ୍ୟରେ ମୁନା ମହାନ୍ତି ଜେଲ ଫେରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।
ଓଡିଶା ପୋଲିସ ସବ୍ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତିର ଅଭିଯୋଗ ହୋଇଥିଲା।
ଏହାର ତଦନ୍ତ ଭାର କ୍ରାଇମ ବ୍ରାଞ୍ଚ ସି.ଆଇ.ଡିକୁ ଦିଆଯାଇଥିଲା ।
ପରେ ଏହାର ଚେର ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପିଥିବାର ତଦନ୍ତରୁ ଜଣାପଡ଼ିଥିଲା ।
ଆନ୍ତ-ରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବା ସନ୍ଦେହରେ ଅକ୍ଟୋବର ୨୩ ତାରିଖରେ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ତଦନ୍ତ ଭାର କେନ୍ଦ୍ରୀୟ ତଦନ୍ତ ସଂସ୍ଥା ବା ସିବିଆଇକୁ ଦେବାକୁ ନିଷ୍ପତ୍ତି ନେଇଥିଲେ ।
ଜାଲିଆତି ମାମଲାରେ ସିବିଆଇ ପ୍ରାଥମିକ ଚାର୍ଜସିଟ୍ ଦାଖଲ କରିସାରିଛି ।
ଚାର୍ଜସିଟରେ ୧୭ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହିତ ଚାର୍ଜ ସିଟ୍ ଦାଖଲ ହୋଇଛି