ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ : ବିଜୁ ପଟ୍ଟନାୟକଙ୍କ ୧୦୮ ତମ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରବାଦ ପୁରୁଷଙ୍କ ଜନ୍ମ ଦିବସରେ ତାଙ୍କୁ ମନେ ପକାଇବା ସହ ନିଜ ସୋସିଆଲ ମିଡ଼ିଆ ଏକ୍ସରେ ପୋଷ୍ଟ କରିଛନ୍ତି । ନରେନ୍ଦ୍ର ମୋଦି ଲେଖିଛନ୍ତି କିମ୍ବଦନ୍ତୀ ପୁରୁଷଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ଏବଂ ଅଦମ୍ୟ ସାହସ ଆଗାମୀ ପିଢ଼ିକୁ ପ୍ରେରଣା ଯୋଗାଇବ । ଆମ ଦେଶ ପାଇଁ ତାଙ୍କର ଅବଦାନ ଏବଂ ବିକାଶ ପାଇଁ ତାଙ୍କର ଅଦମ୍ୟ ପ୍ରତିବଦ୍ଧତା ଆଦର୍ଶ ହୋଇ ରହିବ । ଆଜିର ଏହି ବିଶେଷ ଦିନରେ ମୋଦି ଚଣ୍ଡିଖୋଲରେ ଓଡ଼ିଶାର ଲୋକଙ୍କ ପାଇଁ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ । ଏଠି କହିରଖିବୁ କି, ପ୍ରଧାନମନ୍ତ୍ରୀ ମୋଦି ଆଜି ଅପରାହ୍ନ ୨.୪୦ ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ଏହି ସମୟରେ ଚଣ୍ଡିଖୋଲସ୍ଥିତ ବେଣାପୁରଠାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ଏବଂ ରାଜ୍ୟବାସୀଙ୍କୁ ୧୯୬୦୦କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ ଭେଟି ଦେବେ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି