ବରିଷ୍ଠ ବିଜେପି ନେତା ସୁରେନ୍ଦ୍ର ନାଥ ଜେନାଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ...

Nov 20, 2026 - 19:36
 4
ବରିଷ୍ଠ ବିଜେପି ନେତା ସୁରେନ୍ଦ୍ର ନାଥ ଜେନାଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ...

ଦଳ ପାଇଁ ଏକ ଅପୂରଣୀୟ କ୍ଷତି : ମନମୋହନ ସାମଲ

ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ରାଜ୍ୟ ସଧାରଣ ସଂପାଦକ (ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତିଙ୍କ ସମେତ ପ୍ରମୁଖ ନେତୃବୃନ୍ଦଙ୍କ ଗଭୀର ଶୋକ ବ୍ୟକ୍ତ

ବରିଷ୍ଠ ନେତା ତଥା କୃଷକ ମୋର୍ଚ୍ଚା ପୂର୍ବତନ ରାଜ୍ୟ ସଭାପତି ତଥା ଅବିଭକ୍ତ ପୁରୀ ଜିଲ୍ଲାର ପୂର୍ବତନ ଜିଲ୍ଲା ସଭାପତି ଶ୍ରୀ ସୁରେନ୍ଦ୍ର ନାଥ ଜେନାଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଏବଂ ରାଜ୍ୟ ସଧାରଣ ସଂପାଦକ (ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତିଙ୍କ ସମେତ ପ୍ରମୁଖ ନେତୃବୃନ୍ଦ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଦୁଃଖ ପ୍ରକାଶ କରି କହିଛନ୍ତି ଯେ, “ସ୍ୱର୍ଗତ ଜେନା ଜଣେ ନିଷ୍ଠାପର, ଜନପ୍ରିୟ ଓ ସୁସଂଗଠକ ଥିଲେ ।

 ୧୯୮୦ ମସିହାରୁ ବ୍ରହ୍ମଗିରି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେପି ପ୍ରାର୍ଥୀ ଭାବେ ନିର୍ବାଚନ ଲଢିଥିବା ସ୍ୱର୍ଗତ ଜେନା ଅବିଭକ୍ତ ପୂରୀ ଜିଲ୍ଲାରେ ଦଳୀୟ ସଂଗଠନକୁ ସୁଦୃଢ଼ କରିବା ସହିତ ସାଧାରଣ ଲୋକଙ୍କ ସେବା ଓ ଅଞ୍ଚଳର ବିକାଶ ପାଇଁ ତାଙ୍କର ଅବଦାନ ସଦାସର୍ବଦା ସ୍ମରଣୀୟ ରହିବ । 

ଜିଲ୍ଲା ପରିଷଦ ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ସ୍ୱର୍ଗତଃ ଜେନା ବ୍ରହ୍ମଗିରି ଅଂଚଳର ବିକାଶ ପାଇଁ ଅନେକ କାର୍ଯ୍ୟ କରିଥିଲେ । ତାଙ୍କ ବିୟୋଗ ଦଳ ତଥା ଦଳ ପାଇଁ ଏକ ଅପୂରଣୀୟ କ୍ଷତି ।”

ସ୍ୱର୍ଗତଃ ଜେନାଙ୍କ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇବା ସହ ଅସୀମ ଧୈର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ଏବଂ ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ଶ୍ରୀ ମହାନ୍ତି ପ୍ରାର୍ଥନା କରିଛନ୍ତି ।