ବାତ୍ୟା ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ।

Oct 29, 2025 - 08:42
Oct 29, 2025 - 08:42
 3
ବାତ୍ୟା ମୁକାବିଲା ଲାଗି ସରକାରଙ୍କ  ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ।

ସରକାର ଙ୍କ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ। ଯଦି ଅଧୂକ ପବନ କିମ୍ବା ବର୍ଷା ଯୋଗୁଁ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଯାଉଛି, ତୁରନ୍ତି ସେ ସବୁକୁ ଲଗାଇବା ପାଇଁ ବ୍ୟବସ୍ଥା ହୋଇଛି। ୯ଟି ଜିଲ୍ଲାରେ ତାର, ଟ୍ରାନ୍ସଫର୍ମର ଓ ବିଦ୍ୟୁତ୍ ଖୁଣ୍ଟ ମହଜୁଦ୍ ରଖାଯାଇଛି। ବାତ୍ୟା ଟଳିବାର ୪୮ ଘଣ୍ଟାରେ ବିଦ୍ୟୁତ୍ ପୁନଃସ୍ଥାପନ କରିବୁ। ଧାନ ଫସଲ ନଷ୍ଟ ହେବାର ଆଶଙ୍କା ରହିଛି। ତେଣୁ ଜିଲ୍ଲାପାଳ ମାନଙ୍କୁ ତୁରନ୍ତି ରିପୋର୍ଟ ଦେବାକୁ କୁହାଯାଇଛି। ଦାନା ସମୟରେ ୭ଦିନରେ ଟଙ୍କା ଦିଆଯାଇଥିଲା। ଏବେ ମଧ୍ୟ ସେହି ଢଙ୍ଗରେ କ୍ଷତିପୂରଣ ଦିଆଯିବ।