ବିଜେପିର ମିଶ୍ରଣ ପର୍ବ, ପଦ୍ମ ଧରିଲେ ପ୍ରେମାନନ୍ଦ ଓ ରାଜୁ

ବିଜେପିର ମିଶ୍ରଣ ପର୍ବ, ପଦ୍ମ ଧରିଲେ ପ୍ରେମାନନ୍ଦ ଓ ରାଜୁ

ପାଖେଇ ଆସୁଛି ନିର୍ବାଚନ । ଏଥିପାଇଁ ରାଜନୈତିକ ଉଷ୍ମତା ଦେଖାଯିବା ସହ ଦଳବଦଳ ପ୍ରକ୍ରିୟା ମଧ୍ୟ ବଢ଼ି ବଢ଼ି ଚାଲିଛି । ଏହି କ୍ରମରେ ବିଜେପିରେ ମିଶିଲେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ ଏବଂ ଧାମନଗର ପୂର୍ବତନ ବିଧାୟକ ରାଜୁ ଦାସ ।

ଗତ ଅକ୍ଟୋବର ମାସରୁ ଦଳର ସଭାପତି ଓ ସଂଗଠନ ସମ୍ପାଦକଙ୍କୁୁ ଇ-ମେଲରେ ଇସ୍ତଫାପତ୍ର ପଠାଇଥିଲେ ପ୍ରେମାନନ୍ଦ ନାୟକ ।

ହେଲେ କେହି ତାଙ୍କ ସହ ଆଲୋଚନା ନକରିବାରୁ ବିଧାନସଭା ବଜେଟ ଅଧିବେଶନ ସମୟରେ ଦେଇଥିଲେ ଇସ୍ତଫା । ସେହିପରି ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ପ୍ରେମାନନ୍ଦ ନାୟକ । ୨୦୧୯ରେ ବିଜେପି ଟିକେଟରେ ପ୍ରେମାନନ୍ଦଙ୍କ ବିରୋଧରେ ଲଢ଼ି ହାରିଥିଲେ ଧନୁର୍ଜୟ ସିଦ୍ଧୁ । ହେଲେ ପରେ ତାଙ୍କୁ ବିଜେଡିରେ ମିଶାଯାଇଥିଲା ।

ଏହାକୁ ନେଇ ଅସନ୍ତୁଷ୍ଟ ଥିଲେ ପ୍ରେମାନନ୍ଦ । ସେହିପରି ଧାନନଗର ଉପନିର୍ବାଚନ ସମୟରେ ବିଜେଡି ଟିକେଟ ଦାବିଦାର ଥିଲେ ରାଜୁ ଦାସ । ହେଲେ ତାଙ୍କୁ ଅଣଦେଖା କରି ଅବନ୍ତୀ ଦାସଙ୍କୁ ପ୍ରାର୍ଥୀ କରିଥିଲା ବିଜେଡି । ଏହାକୁ ନେଇ ଅସନ୍ତୁୁଷ୍ଟ ଥିଲେ ରାଜୁ ଦାସ । ତେଣୁ ଆସନ୍ତାକାଲି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପଦ୍ମ ଧରିବାକୁ ନିଷ୍ପତି କରିଛନ୍ତି ଧାମନଗରର ପୂର୍ବତନ ବିଧାୟକ ।