ବିଧାନସଭାରେ ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି...
ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ପରଲୋକ ହୋଇଯାଇଛି ।
ଗତ କାଲି ପୂର୍ବାହ୍ନରେ ଶେଷଦର୍ଶନ ନିମନ୍ତେ ବିଧାନସଭା ପରିସରକୁ ତାଙ୍କ ମରଶରୀର ଅଣାଯାଇଥିଲା ।
ସେଠାରେ ତାଙ୍କୁ ପୋଲିସ ବାହିନୀ ପକ୍ଷରୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା ।
ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ବିଧାୟକ ଶ୍ରୀ ବାବୁ ସିଂ, ଶ୍ରୀ ଅମରେନ୍ଦ୍ର ଦାସ, ବିଧାନସଭା ସଚିବ ଶ୍ରୀ ସତ୍ୟବ୍ରତ ରାଉତ ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଓ ବିଧାନସଭାର କର୍ମଚାରୀମାନେ ତାଙ୍କର ଶେଷଦର୍ଶନ ସହ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।