ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଆଜି ଭାରତ ବନ୍ଦ ଡାକରା

ନୂଆଦିଲ୍ଲୀ : ଆଜି ସମ୍ପୂର୍ଣ ଭାରତ ବନ୍ଦ। ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ତେବେ ସକାଳୁ ଏହି ବନ୍ଦ ପାଳନ କରାଯାଇ ଅପରାହ୍ନ ୪ଟା ଯାଏ ଚାଲିବ। ଏମଏସପି ଗ୍ୟାରେଣ୍ଟି, ବେକାରୀ ସମସ୍ୟା ଏବଂ ବିଭିନ୍ନ ଫସଲର ଏମଏସପି ବୃଦ୍ଧିକୁ ଆଇନଗତ ସ୍ୱୀକୃତି ଦେବାକୁ ଦାବି କରି କୃଷକ ସଂଗଠନ ଏହି ବନ୍ଦ ଡାକରା ଦେଇଛନ୍ତି। ତେବେ ଏହି ବନ୍ଦ ଡ଼ାକରାରେ ସମସ୍ତ ଦୋକାନ ବଜାର ଏବଂ ଗାଡି ଚଳାଚଳ ଆଦି ବନ୍ଦ ଥିବା କରାଯାଇଛି। ଏହି ବନ୍ଦ ପାଳନ ଦ୍ୱରା ଲୋକମାନଙ୍କୁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଦେଶର ବିଭିନ୍ନ ପ୍ରମୁଖ ସ୍ଥାନରେ ଚାଷୀ ମାନେ ଛକଜାମ କରିବାକୁ ଚେତାବନୀ ଦେଇଛନ୍ତି । ତେବେ ଯଦି ସେମାନଙ୍କର ଦାବି ପୂରଣ ନ ହୁଏ ତେବେ ଏହି ଆନ୍ଦୋଳନ ଆହୁରି ଉଗ୍ର ରୂପ ନେବ ବୋଲି କୃଷକ ସଂଗଠନ ପକ୍ଷରୁ କୁହାଯାଇଛି।

Feb 16, 2024 - 17:41
 1
ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଆଜି ଭାରତ ବନ୍ଦ ଡାକରା