ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି
ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହାଦ୍ବାରା ବାଲିଯାତ୍ରା ଆଜି ୧୨ ତାରିଖ ପରିବର୍ତ୍ତେ ଆସନ୍ତା କାଲି ୧୩ ତାରିଖ ଦିନ ଉଦ୍ଯାପିତ ହେବ।
ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ମେଳାରେ ବ୍ୟବସାୟୀମାନଙ୍କ କାରବାରକୁ ନଜରରେ ରଖି ଏହାର ଅବଧି ବୃଦ୍ଧି ହୋଇଛି।