ଭାରତର ମାନ୍ୟବର ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତରେ...

Jan 21, 2026 - 12:48
 9
ଭାରତର ମାନ୍ୟବର ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତରେ...

ଭାରତର ମାନ୍ୟବର ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତରେ...

ଜାନୁଆରୀ ୨୩ ପରାକ୍ରମ ଦିବସରେ କଟକ ସ୍ଥିତ ନେତାଜୀ ଜନ୍ମ ସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ l

ଜିଲ୍ଲା ସଂସ୍କୃତି ଭବନ କରିବେ ଉଦଘାଟନ

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ 

ଭାରତର ମାନ୍ୟବର ଉପରାଷ୍ଟ୍ରପତି ଶ୍ରୀ ସି ପି ରାଧାକ୍ରିଷ୍ଣନ ଆଗାମୀ ଜାନୁଆରୀ ୨୩ ତାରିଖରେ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି l  

ସେଦିନ ମାନ୍ୟବର ଉପରାଷ୍ଟ୍ରପତି ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଙ୍କ ଜୟନ୍ତୀ ବା ପରାକ୍ରମ ଦିବସ ଉପଲକ୍ଷେ କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ l 

ଏହି ଅବସରରେ ମାନ୍ୟବର ଉପ ରାଷ୍ଟ୍ରପତି ନିକଟସ୍ଥ ଜିଲ୍ଲା ସଂସ୍କୃତି ଭବନ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି l 

ମାନ୍ୟବର ଉପ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଓ ସୂଚାରୁରୂପେ ପରିଚାଳନା କରିବା ପାଇଁ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଙ୍କ ଅଧ୍ୟକ୍ଷତାରେ ଲୋକ ସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l

ଉପ ରାଷ୍ଟ୍ରପତି ସେଦିନ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ନୂଆ ଦିଲ୍ଲୀ ରୁ ବାହାରି ଭୁବନେଶ୍ୱର ବିମାନ ବନ୍ଦରରେ ସକାଳ ୮. ୫୦ ରେ ପହଁଚିବାର କାର୍ଯ୍ୟକ୍ରମ ରହିଛି l 

ଏହା ପରେ ସେ ସଡ଼କ ପଥରେ କଟକ ଯାତ୍ରା କରି ୯. ୩୫ ସୁଦ୍ଧା ନେତାଜୀ ଜନ୍ମ ସ୍ଥାନ ସଂଗ୍ରହାଳୟରେ ପହଁଚି ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇ ଭୁବନେଶ୍ୱର ପ୍ରତ୍ୟା ବର୍ତ୍ତନ କରି ଲୋକ ଭବନରେ ମଧ୍ୟାନ୍ନ ଭୋଜନ କରିବେ l 

ଅପରାହ୍ଣ ୨ଟା ସୁଦ୍ଧା ମାନ୍ୟବର ଉପରାଷ୍ଟପତି ଭୁବନେଶ୍ୱର ବିମାନ ବନ୍ଦରରୁ କୋଲକାତା ଅଭିମୁଖେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି 

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗୃହ, ଖଣି ତଥା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଶ୍ରୀ ହେମନ୍ତ ଶର୍ମା, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚି ବ ଶ୍ରୀ ସଞ୍ଜୟ କୁମାର ସିଂ ଙ୍କ ସମେତ ଅନ୍ୟ ସମ୍ପୃକ୍ତ ବିଭିନ୍ନ ବିଭାଗର ସଚିବ ଓ ବରିଷ୍ଠ ପଦାଧିକାରୀ ଯୋଗ ଦେଇଥିଲେ l 

ରାଜ୍ୟ ପୁଲିସ ମହା ନିର୍ଦ୍ଦେଶକ ଶ୍ରୀ ୱାଇ ବି ଖୁରାନିଆ, ପୁଲିସ କମିଶନର ଶ୍ରୀ ଏସ ଦେବଦତ୍ତ ସିଂ, ଜିଲ୍ଲାପାଳ, କଟକ ପ୍ରମୁଖ ଆଭାସୀ ମାଧ୍ୟମରେ ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ l