ଭାରସାମ୍ୟ ହରାଇ ବ୍ରିଜରୁ ତଳକୁ ଖସିଲା ବରଯାତ୍ରୀ ଗାଡ଼ି : ୧୨ ଜଣ ଆହତ

କୋରାପୁଟ : କୋରାପୁଟ ଜିଲ୍ଲା କୁନ୍ଦୁରା ଥାନା ଅନ୍ତର୍ଗତ ଖଟଲାପଦର ନିକଟରେ ଘଟିଛି ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ବ୍ରିଜରୁ ତଳକୁ ଖସିଲା ବରଯାତ୍ରୀ ଗାଡ଼ି। ଦୁର୍ଘଟଣାରେ ୧୨ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ କୁନ୍ଦୁରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତ ଦଳପୁର ଅଞ୍ଚଳର ହୋଇଥିବା ସୂଚନା ରହିଛି। ଦଳପୁର ଅଞ୍ଚଳର ଲୋକମାନେ ଏକ ପିକ୍‌ଅପ୍‌ ଭ୍ୟାନରେ ବିବାହ ଭୋଜିକୁ ଯୋଗଦେବାକୁ ଯାଉଥିଲେ। ଖଟଲାପଦର ବ୍ରିଜ ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିପଡ଼ିଥିଲା। ଦୁର୍ଘଟଣାରେ ୧୨ଜଣ ବର ଯାତ୍ରୀ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିଛନ୍ତି। ଉଦ୍ଧାର କାର୍ଯ୍ୟ ଏବେ ବି ଜାରି ରହିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ନାହିଁ।

ଭାରସାମ୍ୟ ହରାଇ  ବ୍ରିଜରୁ ତଳକୁ ଖସିଲା ବରଯାତ୍ରୀ ଗାଡ଼ି : ୧୨ ଜଣ ଆହତ