ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ଅନୁଗୁଳ : ଆଜି ଟ୍ରକ୍‌ ଦୁର୍ଘଟଣାର ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ବଅଁରପାଳ ଥାନା ଅନ୍ତର୍ଗତ ୧୪୯ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ସୁନୀତା ସାହୁ ନାମକ ଜଣେ ମହିଳା ଏକ ସ୍କୁଟିରେ ବଅଁରପାଳରୁ ତାଳଚେର ଅଭିମୁଖେ ଯାଉଥିବା ସମୟରେ ଏକ ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ସୁନୀତାଙ୍କ ମୃତ୍ୟୁ ହୋଇଛି। ଏ ସମ୍ପର୍କରେ ଖବର ପାଇ ବଅଁରପାଳ ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ଟ୍ରକ ଡ୍ରାଇଭରଙ୍କୁ ଅଟକ ରଖିଥିବା ବେଳେ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରି ଅଧିକ ତଦନ୍ତ ଜାରି ରଖିଛି। ଦୁର୍ଘଟଣା ଯୋଗୁ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ ଅଟକି ରହିଛି। ସ୍ଥାନୀୟ ତହସିଲଦାର ଓ ପୋଲିସ ଉତ୍ତେଜିତ ଲୋକଙ୍କୁ ବୁଝଶୁଝା କରି ଯାତାୟାତ ସ୍ବାଭାବିକ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ୨ ଅଭିଯୁକ୍ତ ଗିରଫ ଭୁବନେଶ୍ୱର : ଭୁବନେଶ୍ୱରରେ କାର୍ଯ୍ୟରତ ସାମ୍ବାଦିକ ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ଶନିବାର ରାତିରେ ଦୁର୍ବୃତ୍ତ ଖଣ୍ଡାରେ ଆକ୍ରମଣ କରିଥିଲେ। ଏଥିରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ଆଜି ଗିରଫ କରିଛି ମଞ୍ଚେଶ୍ୱର ଥାନା ପୋଲିସ। ଅଭିଯୁକ୍ତଙ୍କଠାରୁ ବାଇକ୍‌ ଏବଂ ମାରଣାସ୍ତ୍ର ଜବତ କରିଛି ପୋଲିସ। ଦୁଇଜଣଙ୍କୁ ଗିରଫ କରାଯାଇଛି ବୋଲି ପୋଲିସ ପକ୍ଷରୁ କୁହାଯାଇଛି ।

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ