ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ, ୧୦ ଗୁରୁତର

ଭଦ୍ରକ : ବୋଲେରୋକୁ ପିଟିଲା ହାଇଓ୍ୱା । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ୧୦ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥର ଆରଡି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ବାଲେଶ୍ୱର ଜିଲ୍ଲାର କେତେକ ଲୋକ ପୁରୀ ଯାଇଥିଲେ । ଏଠାରେ ଫେରିବା ସମୟରେ ଆରଡି ଛକ ନିକଟରେ ଏକ ହାଇଓ୍ୱା ସାମ୍ନା ପଟୁ ଧକ୍କା ଦେଇଥିଲା । ଯାହାପରେ ଘଟଣାସ୍ଥଳରେ ହାଇଓ୍ୱା ଗାଡି ଫେରାର ହୋଇଯାଇଥିଲା । ହେଲେ ଏହି ଦୁର୍ଘଟଣାରେ କିଛି ଲୋକ ଗୁରୁତର ହୋଇଥିଲେ । ସ୍ଥାନୀୟଲୋକଙ୍କ ସହାୟତାରେ ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ଜଣଙ୍କୁ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୦ ଜଣ ଯାତ୍ରୀ ଗୁରୁତର ରହିଛି । ଗୁରୁତରଙ୍କ ମଧ୍ୟରୁ କିଛିଙ୍କୁ ପ୍ରାଥମିକ ଚିକିତ୍ସା କରାଯାଇ ଛଡାଯାଇଛି । ବାକି ଅନ୍ୟ ସମସ୍ତଙ୍କ ଚିକିତ୍ସା ଜାରି ରହିଛି ।

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ, ୧୦ ଗୁରୁତର