ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ, ୩ ଗୁରୁତର

ବାଲେଶ୍ୱର : ସ୍କୁଟି ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ତେବେ ବାଲେଶ୍ୱର ଜିଲ୍ଲା କମର୍ଦ୍ଦା ଥାନା ବାଟଗ୍ରାମ ବ୍ରିଜ ନିକଟରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା | ସୂଚନା ଅନୁଯାୟୀ,ସୂର୍ଯ୍ୟ ପାତ୍ର, ତାଙ୍କ ଝିଅ ଓ ପୁଅ ସ୍କୁଟିରୁ ଛିଟିକି ପଡ଼ିଥିଲେ। ଘଟଣାସ୍ଥଳରେ ବର୍ଷାଙ୍କର ମୃତ୍ୟୁ ଘଟିଥିଲା। ତିନି ଆହତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ବାଲେଶ୍ୱରକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷରେ କମର୍ଦ୍ଦା ପୁଲିସ୍ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଘଟଣାର ତଦନ୍ତ କରୁଛି।

Jan 27, 2024 - 09:31
Jan 27, 2024 - 09:32
 10
ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ, ୩ ଗୁରୁତର