ମର୍ମନ୍ତୁଦ ସଡକ ଦୁର୍ଘଟଣା : ୩ ମୃତ

ଦଶପଲ୍ଲା: ପିକନିକ ଯିବାବେଳେ ବସକୁ ଧକ୍କା ଦେଲା ଟ୍ରକ | ଆଉ ଏହି ଦୁର୍ଘଟଣାରେ ୩ ଜଣ ଛାତ୍ରଙ୍କର ମୃତ୍ୟୁ ହୋଇଯାଇଛି | ନୟାଗଡ ଜିଲ୍ଲା ଦଶପଲ୍ଲା ଶାଳଭଙ୍ଗା ଜଙ୍ଗଲ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି | ମିଳିଥିବା ସୂଚନା ମୁତାବକ ଏକ ଘରୋଇ କୋଚିଂ ସେଣ୍ଟରର ଛାତ୍ରଛାତ୍ରୀମାନଙ୍କୁ ନେଇ ପିକନିକରେ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଛି | ଦୁର୍ଘଟଣାରେ ୩ ଜଣ ଛାତ୍ରଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇପଡିଥିବାବେଳେ ୧୨ ଜଣ ଛାତ୍ର ଗୁରୁତର ଆହତ ହୋଇଛନ୍ତି |ଗୁରୁତର ଆହତ ଛାତ୍ରମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଦଶପଲ୍ଲା ଓ ନୟାଗଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି |

Jan 27, 2024 - 09:00
 2
ମର୍ମନ୍ତୁଦ ସଡକ ଦୁର୍ଘଟଣା : ୩ ମୃତ