ମାଟ୍ରିକ ପରୀକ୍ଷା ଫେବୃଆରୀ ୧୯ ରୁ ମାର୍ଚ୍ଚ ୨ ଚାଲିବ...

Dec 5, 2025 - 20:13
 40
ମାଟ୍ରିକ ପରୀକ୍ଷା ଫେବୃଆରୀ ୧୯ ରୁ ମାର୍ଚ୍ଚ ୨ ଚାଲିବ...

ଭୁବନେଶ୍ବର: ଫେବ୍ରୁଆରୀ ୧୯ ତାରିଖରୁ ଆରମ୍ଭହେବ ମାଟ୍ରିକ୍ ପରୀକ୍ଷା। ସକାଳ ୯ଟାରୁ ସାଢ଼େ ୧୧ଟା ଯାଏଁ ଚାଲିବ ପରୀକ୍ଷା। ଗଣିତ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଅଧୂକ ୧୫ ମିନିଟ୍। ମାର୍ଚ୍ଚ ୨ ଯାଏଁ ଚାଲିବ ମାଟ୍ରିକ୍ ପରୀକ୍ଷା। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ୨୧ରେ ଇଂରାଜୀ, ୨୩ରେ ସଂସ୍କୃତ/ ହିନ୍ଦୀ, ୨୫ରେ ବିଜ୍ଞାନ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ୨୭ରେ ସାମାଜିକ ବିଜ୍ଞାନ ଓ ମାର୍ଚ୍ଚ ୨ରେ ହେବ ଗଣିତ ପରୀକ୍ଷା।