ରାଜ୍ୟ କ୍ୟାବିନେଟ ର ୪୬ ତମ ବୈଠକ...
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୬ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l
ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ କ୍ୟାବିନେଟ ବୈଠକର ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ l
ବୈଠକରେ ୬ ଟି ବିଭାଗର ୧୦ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି
ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗର ୨ଟି, ଶକ୍ତି ବିଭାଗର ୨ଟି, ଜଳ ସଂପଦ ବିଭାଗର ୨ଟି, ମହିଳା ଓ ଶିଶୁ ବିକାଶ ବିଭାଗର ୨ଟି, କୃଷି ଓ କୃଷକ ସଶକ୍ତିକରଣ ବିଭାଗ (ଏଗ୍ରିଷ୍ଟାକ) ସମ୍ପର୍କିତ ୧ଟି ଏବଂ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ୧ ଟି, ଏହିପରି ମୋଟ ୬ଟି ବିଭାଗର ୧୦ ଟି ପ୍ରସ୍ତାବ ରାଜ୍ୟ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l