ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ମୋହର

ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ମୋହର

ଆଜି ରାଜ୍ୟ କ୍ୟାବିନେଟର ୭୬ ତମ ବୈଠକ ଲୋକ ସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ସଂପର୍କରେ ରାଜ୍ୟ ରାଜସ୍ବ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଖାଦ୍ୟ, ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କ୍ୟାବିନେଟ ବୈଠକରେ ପାରିତ ହୋଇଥିବା ବିଭିନ୍ନ ବିଭାଗର ୧୭ ଟି ପ୍ରସ୍ତାବ ଓ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଥିଲେ।