ରାଷ୍ଟ୍ରପତି ପୁରୀ ଦର୍ଶନ ରେ ଆସି ପିଣ୍ଡ ଦାନ କରିବେ...

Jan 28, 2026 - 12:04
 18
ରାଷ୍ଟ୍ରପତି ପୁରୀ ଦର୍ଶନ ରେ ଆସି ପିଣ୍ଡ ଦାନ କରିବେ...

ରାଷ୍ଟ୍ରପତି ପୁରୀ ଦର୍ଶନ ରେ ଆସି ପିଣ୍ଡ ଦାନ କରିବେ...

ପୁରୀ ବାଲିସାହି ଶ୍ୱେତଗଙ୍ଗା ଠାରେ ପିଣ୍ଡ ଦାନ କରିବେ ରାଷ୍ଟ୍ରପତି

ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ

‘ଫେବ୍ରୁଆରୀ ୪ ତାରିଖ ସକାଳ ୭ଟାରେ ରାଷ୍ଟ୍ରପତି ପିଣ୍ଡଦାନ କରିବେ’

‘ପିଣ୍ଡ ଦାନ ପରେ ୭ଟା ୪୦ରେ ରାଷ୍ଟ୍ରପତି ମହାପ୍ରଭୁଙ୍କୁ ଦର୍ଶନ କରିବେ’

‘ସିଂହଦ୍ୱାର ଠାରେ ରାଷ୍ଟ୍ରପତିଙ୍କୁ ଗଜପତି ମହାରାଜା ସ୍ବାଗତ କରିବେ’

‘ଗର୍ଭଗୃହ ଭିତରକୁ ଯାଇ ରାଷ୍ଟ୍ରପତି ଶ୍ରୀଜୀଉଙ୍କୁ ଦର୍ଶନ କରିବେ’

‘ସେଦିନ ସକାଳ ୪ଟା ସୁଦ୍ଧା ଜୟ ବିଜୟ ଦ୍ୱାର ଫିଟା ନୀତି କରାଯିବ’

‘ସୁରକ୍ଷା ଦୃଷ୍ଟି କୋଣରୁ ସକାଳ ୬ଟା ସୁଦ୍ଧା ଶ୍ରୀମନ୍ଦିର ଶୋଧ କରାଯିବ’

‘କୌଣସି ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର ଭିତରକୁ ଛଡ଼ାଯିବ ନାହିଁ’

‘ସକାଳ ୮ଟା ୨୦ ସୁଦ୍ଧା ଦର୍ଶନ ସାରି ରାଷ୍ଟ୍ରପତି ଶ୍ରୀମନ୍ଦିରରୁ ଫେରିବେ’