ଲୌହ ମାନବ” ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ଆଜି ଲୋକସେବା ଭବନସ୍ଥିତ ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି ।
“ଲୌହ ମାନବ” ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ଆଜି ଲୋକସେବା ଭବନସ୍ଥିତ ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି ।
ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ରାଷ୍ଟ୍ରର ଏକତା, ଅଖଣ୍ତତା ଏବଂ ସୁରକ୍ଷାକୁ ବଜାୟ ରଖିବା ପାଇଁ ନିଜକୁ ସମର୍ପିତ କରିବା ଏବଂ ଦେଶବାସୀଙ୍କ ମଧ୍ୟରେ ଏହି ସନ୍ଦେଶ ପ୍ରସାର କରିବା ନିମନ୍ତେ ସମ୍ପୂର୍ଣ୍ଣ ପ୍ରୟାସ କରିବା ପାଇଁ ଶପଥପାଠ କରାଇଥିଲେ ।
ଏହି କାର୍ଯ୍ୟକ୍ରମରେ ଅନ୍ୟ ବିଭିନ୍ନ ବିଭାଗର ସଚିବଙ୍କ ସମେତ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ବିଭିନ୍ନ ଶାଖାର ବରିଷ୍ଠ ପଦାଧିକାରୀ ଓ କର୍ମଚାରୀମାନେ ଯୋଗଦେଇ ରାଷ୍ଟ୍ରୀୟ ଏକତାର ଶପଥ ଗ୍ରହଣ କରିଥିଲେ ।