ଶ୍ରୀମନ୍ଦିରରେ ଚିତା ଲାଗି ଅମାବାସ୍ୟା I
ଆଜି ମହାପ୍ରଭୁଙ୍କ ଚିତାଲାଗି
ଶ୍ରୀମନ୍ଦିର ରେ ପାଳିତ ହୋଇଯାଇଛି | ଅନେକ ଯାତ୍ରା , ଉପଯାତ୍ରା ତଥା ଉତ୍ସବାଦି ଓ ତ୍ରୟୋଦଶ ଯାତ୍ରା ବ୍ୟତୀତ ୫୦ରୁ ଉର୍ଦ୍ଧ ଉପଯାତ୍ରା , ଉତ୍ସବାଦି ମଧ୍ୟରେ ଚିତାଲାଗି ଅମାବାସ୍ୟା ଅନ୍ୟତମ ଅଟେ ।
"ଶ୍ରାବଣସ୍ୟ ଚ ଦର୍ଶେ ଅପିହ୍ୟରୁଣୋଦୟକାଳକେ।
ନୈବେଦ୍ୟାମଧିକଂ ଦଦ୍ୟାତ୍ ପ୍ରାତଃ ପୂଜନକାଳକେ।।
ସୁବର୍ଣ୍ଣରଚିତଂ ଦିବ୍ୟଂ ନାନାରତ୍ନସମୁଜ୍ଜ୍ଵଳମ୍।
ତିଳକଂ ତୁ କପାଳେଷୁ ଦେବାନାଂ ଭିଲ୍ଲଜାତୟଃ।।"
ଶ୍ରାବଣ ଅମାବାସ୍ୟା ଦିନ ଶ୍ରୀମନ୍ଦିର ରେ ଚିତା ଲାଗି ଅମାବାସ୍ୟା ନୀତି ପାଳିତ ହୋଇଥାଏ। ଏହି ଦିନ ମହାପ୍ରଭୁଙ୍କୁ ସ୍ଵର୍ଣଚିତା ଲାଗି ହୋଇଥାଏ।
ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ରତ୍ନସିଂହାସନ ରୁ ଶ୍ରୀଦେବୀ ଓ ଭୂଦେବୀ ଖଟଶେଯ ଘରକୁ ବିଜେ କରିଥାନ୍ତି। ଏହାପରେ ଶ୍ରୀଜୀଉମାନଙ୍କ ଝୋବା ମଇଲମ ହୋଇ ଜୟ ବିଜୟ ଦ୍ୱାର ବନ୍ଦ ହୋଇଥାଏ।
ସାଗର ବିଜେ କରିଥିବା ଅମାବାସ୍ୟା ଠାକୁର ଶ୍ରୀମନ୍ଦିର କୁ ବାହୁଡା ବିଜେ କରିବା ପରେ ପତି ମହାପାତ୍ର , ବାଡ଼ଗ୍ରାହୀ ଦଇତା ମାନେ ରତ୍ନସିଂହାସନାଧିଷ୍ଠିତ ଶ୍ରୀଜୀଉ ଙ୍କର ଚିତାଲାଗି କାର୍ଯ୍ୟ କରିଥାନ୍ତି । ତିନୋଟି ସ୍ବର୍ଣ୍ଣ ଚିତା ଶ୍ରୀଜୀଉମାନଙ୍କ କପାଳର ଶୀର୍ଷ ଭାଗରେ ଓଷୁଅ ରେ ପାଟ ଡୋର ସାହାଯ୍ୟରେ ଏହାକୁ ଦୃଢ଼ ଭାବରେ ବନ୍ଧା ଯାଇଥାଏ।