ସମଲେଶ୍ୱରୀ ମନ୍ଦିର ପୀଠର ସମୀକ୍ଷା...

Oct 9, 2025 - 08:20
 8
ସମଲେଶ୍ୱରୀ ମନ୍ଦିର ପୀଠର ସମୀକ୍ଷା...

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi ସମ୍ବଲପୁର ମା’ ସମଲେଶ୍ବରୀ ପୀଠର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି । 

ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ମା’ ସମଲେଶ୍ବରୀଙ୍କ ପୀଠରେ ବର୍ଷ ତମାମ ଭକ୍ତ, ଶ୍ରଦ୍ଧାଳୁ ଓ ପର୍ଯ୍ୟଟକମାନଙ୍କ ଭିଡ଼ ଲାଗିରହିଥାଏ । ଏଥିସହିତ ସମ୍ବଲପୁର ଜିଲ୍ଲାର ମଧ୍ୟ ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ପ୍ରସିଦ୍ଧି ରହିଛି । ସେଥିପାଇଁ ଦେଶବିଦେଶରୁ ପର୍ଯ୍ୟଟକମାନେ ବହୁ ସଂଖ୍ୟାରେ ଆସିଥାନ୍ତି। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସମସ୍ତ କାର୍ଯ୍ୟକୁ ବିଶ୍ବସ୍ତରୀୟ କରିବା ପାଇଁ ପରାମର୍ଶ ଦେଇଛନ୍ତି। 

ଏହି ବୈଠକରେ ପୂର୍ତ୍ତ ଓ ଆଇନମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଏବଂ ପୂର୍ତ୍ତ ବିଭାଗର ବରିଷ୍ଠ ଅଧିକାରୀ ଓ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ।