ସେପ୍ଟେମ୍ବର ୨୨ରୁ ସପ୍ତଦଶ ବିଧାନସଭାର ସପ୍ତମ ଅଧିବେଶନ...
ସପ୍ତଦଶ ବିଧାନସଭାର ସପ୍ତମ ଅଧିବେଶନ ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହେବ ବୋଲି ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ
ଏଥିରେ ୮ଟି ସରକାରୀ ଏବଂ ଗୋଟିଏ ବେସରକାରୀ କାର୍ଯ୍ୟଦିବସକୁ ମିଶାଇ ମୋଟ ୯ଟି କାର୍ଯ୍ୟଦିବସ ରହିବ ।
ସେପ୍ଟେମ୍ବର ୨୬ ଓ ୨୭ ତାରିଖ ସରକାରୀ ଛୁଟି ଯୋଗୁଁ ଗୃହକାର୍ଯ୍ୟ ବନ୍ଦ ରହିବ ।
ସେହିପରି ଅକ୍ଟୋବର ୨ ତାରିଖରେ ଗାନ୍ଧୀ ଜୟନ୍ତୀ ପାଇଁ ମଧ୍ୟ ଗୃହକାର୍ଯ୍ୟ ବନ୍ଦ ରହିବ ।