ହଜିଗଲେ ଆଦିବାସୀ ର ଜ୍ୱଳନ୍ତ ମଶାଲ ପୂର୍ବତନ ବିଧାୟକ ଜର୍ଜ ତିର୍କୀ...
ରାଜ୍ୟର ଜଣାଶୁଣା ଆଦିବାସୀ ଓ ଶ୍ରମିକ ନେତା ତଥା ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ଶୁକ୍ରବାର ମଧ୍ୟରତ୍ରିରେ ଭୁବନେଶ୍ୱର ସ୍ଥିତ ଏକ ହସ୍ପିଟାଲରେରେ ଚିକିତ୍ସା ଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ବର୍ଷ ବୟସ ହୋଇଥିଲା।
ସେ ସୁନ୍ଦରଗଡ ଜିଲା ବୀରମିତ୍ରପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ୧୯୯୫,୨୦୦୦,୨୦୦୯ଓ୨୦୧୪ରେ ଓଡ଼ିଶା ବିଧାନସଭାକୁ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।
ସୁନ୍ଦରଗଡ ଜିଲାର ଆଦିବାସୀ ମାନଙ୍କ ଜଳ,ଜମି ,ଜଙ୍ଗଲ ଅଧିକାର ପାଇଁ ସେ ଲଢ଼େଇ କରି ଆସୁଥିଲେ। ସେ କିଛି ମାସ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ।
ଶୁକ୍ରବାର ତାଙ୍କର ସ୍ବାସ୍ଥ୍ୟ ବସ୍ଥା ଗୁରୁତର ହୋଇ ପଡିଥିବାରୁ ତାଙ୍କୁ ପ୍ରଥମେ ରାଉରକେଲା ଓ ପରେ ସେଠାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା।
ତାଙ୍କର ଶେଷକୃତ୍ୟ ବୀରମିତ୍ରପୁର ଝୁନୁମୁର ସ୍ଥିତ ତାଙ୍କ ପୈତୃକ ଗ୍ରାମରେ ସମ୍ପନ୍ନ ହେବ।
ତାଙ୍କ ପରଲୋକରେ ସୁନ୍ଦରଗଡ ଜିଲାତଥା ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି।