୩୬ ତମ କୋଣାର୍କ ଉତ୍ସବ ଓ ୧୫ତମ ଆନ୍ତର୍ଜାତିକ ବାଲୁକା କଳା ମହୋତ୍ସବର ଉଦଯାପନୀ ସନ୍ଧ୍ୟାରେ ରାଜ୍ୟପାଳ...
ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ତଥା ସଙ୍ଗୀତ ନାଟକ ଏକାଡେମୀ ଓ ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମର ମିଳିତ ଉଦ୍ୟମରେ କୋଣାର୍କ ଠାରେ ଆୟୋଜିତ ୩୬ତମ କୋଣାର୍କ ଉତ୍ସବ ୨୦୨୫ ର ଉଦଯାପନୀ ସମାରୋହରେ ମୁଖ୍ୟଅତିଥି ଭାବେ ଓଡିଶାର ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଯୋଗ ଦେଇଛନ୍ତି ।
ଏହି ଅବସରରେ ରାଜ୍ୟର ମାନ୍ୟବର ପ୍ରଥମ ମହିଳା ଶ୍ରୀମତୀ.ଜୟଶ୍ରୀ କମ୍ଭମପାଟି, ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏବଂ ରାଜସ୍ଥାନର ମାନ୍ୟବର ଶକ୍ତି ମନ୍ତ୍ରୀ ଶ୍ରୀ ହୀରାଲାଲ ନାଗର ମଧ୍ୟ ଉପସ୍ଥିତ ଥିଲେ I
ଅନ୍ତିମ ସନ୍ଧ୍ୟାର ପ୍ରଥମ ପର୍ଯ୍ୟାୟରେ ବିଶିଷ୍ଠ ଓଡ଼ିଶୀ ନୃତ୍ୟଶିଳ୍ପୀ ଶ୍ରୀମତୀ ଆରତୀ କର ଓ ତାଙ୍କ ଉତ୍କଳ ଡାନ୍ସ ଓ ରିସର୍ଚ ଏକାଡେମିର ଶିଳ୍ପୀବୃନ୍ଦଙ୍କ ଦ୍ଵାରା ଓଡିଶୀ ନୃତ୍ୟ ପରିବେଷିତ ହୋଇଥିଲା ।
ଦ୍ଵିତୀୟ ପର୍ଯ୍ୟାୟରେ ସଞ୍ଜୁକ୍ତା ସିହ୍ନା ଓ ତାଙ୍କ ଡାନ୍ସ ଗ୍ରୁପର ଶିଳ୍ପୀବୃନ୍ଦଙ୍କ ଦ୍ଵାରା କଥକ ନୃତ୍ୟ ପରିବେଷିତ ହୋଇଥିଲା ।
ପରିଶେଷରେ ସମସ୍ତ କଳାକାର ଓ ଶିଳ୍ପୀବୃନ୍ଦ/ବାଲୁକାଶିଳ୍ପୀଙ୍କୁ ରାଜ୍ୟପାଳ ସମ୍ବର୍ଦ୍ଧିତ କରିଥିଲେ I
ଏହା ପୂର୍ବରୁ ରାଜ୍ୟପାଳ ୧୫ତମ ଆନ୍ତର୍ଜାତିକ ବାଲୁକା କଳା ମହୋତ୍ସବ ୨୦୨୫ ମଧ୍ୟ ପରିଦର୍ଶନ କରିଥିଲେ ଏବଂ ସେଠାରେ ଦେଶ ବିଦେଶରୁ ଆସିଥିବା ଅଂଶଗ୍ରହଣକାରୀଙ୍କ ସହ ରାଜ୍ୟପାଳ ଭାବ ବିନିମୟ କରିଥିଲେ ଏବଂ ସେମାନଙ୍କ କଳା ନୈପୁଣ୍ୟକୁ ପ୍ରଶଂସା କରିଥିଲେ ।
ଏହି ଅବସରରେ ପ୍ରଖ୍ୟାତ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ଥିଲେ I